ଭାରତୀୟ ପାଣିପାଗ ବିଭାଗ ନୂଆ ଟ୍ରାକ୍ ଜାରି କରିଛି । ୨୪ ତାରିଖରେ ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମ ବା ଭୀଷଣ ବାତ୍ୟା ଭାବରେ ଉପକୂଳ ଅତିକ୍ରମ କରିବ । ଉତ୍ତର ଓଡ଼ିଶାକୁ ହିଟ୍ କରିବା ସମ୍ଭାବନା ରହିଛି । ୨୪ ତାରିଖ ରାତି କିମ୍ବା ୨୫ ସକାଳ ସୁଦ୍ଧା ପୁରୀ ଓ ସାଗର ଦ୍ୱୀପ ମଧ୍ୟରେ କୂଳ ଛୁଇଁପାରେ ସମ୍ଭାବ୍ୟ ବାତ୍ୟା । ଭୀଷଣ ବାତ୍ୟା ରୂପ ନେଇ କୂଳ ଛୁଇଁବା ସମୟରେ ପବନର ବେଗ ୧୦୦ରୁ ୧୨୦ ଭିତରେ ରହିପାରେ।
ବାତ୍ୟା ପ୍ରଭାବରେ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ଆକଳନ କରିବା ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସତର୍କ କରାଯାଉଛି । ମୁଖ୍ୟାଳୟ ନଛାଡ଼ିବା ପାଇଁ ଜିଲ୍ଲାର ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ବିଶେଷ କରି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂପୁର, କଟକ ଏବଂ ଯାଜପୁରକୁ ଆଲର୍ଟ କରାଯାଇଛି ।