ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ ହୋଇଛି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା। ଓଡ଼ିଶାର ପ୍ରଥମ ବିଜେପି ବିଧାୟକ ପ୍ରସନ୍ନ ପଟ୍ଟନାୟକ ଥିଲେ। କାମାକ୍ଷାନଗର ନିର୍ବାଚନମଣ୍ଡଳୀରୁ ୩ଥର ବିଧାୟକ ହୋଇଥିଲେ।୧୯୭୭ରେ ପ୍ରଥମ କରି ଜନତା ପାର୍ଟିରୁ ନିର୍ବାଚିତ ହୋଇଥିଲେ।