ଆଜି ଠାରୁ ଆରମ୍ଭ ହେଉଥିବା ଭୁବନେଶ୍ଵରରେ ତିନିଦିନିଆ ସର୍ବଭାରତୀୟ ଡିଜିପି ସମ୍ମିଳନୀରେ ଯୋଗଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ପ୍ରଧାନମନ୍ତ୍ରୀ ଏହି ସମ୍ମିଳନୀରେ ଯୋଗଦେଇ ଡିଜିପି ସମ୍ମିଳନୀକୁ ଉଦଘାଟନ କରିବେ। ଅପରାହ୍ଣ ୪ଟା ୨୦ରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ ମୋଦି। ସାଢେ ୪ଟାରେ ବିମାନବନ୍ଦର ପାଖରେ ଏକ ସଭାରେ ଉଦବୋଧନ ଦେବା କାର୍ଯ୍ୟକ୍ରମ ରହିଛି। ସେଠାରୁ ସିଧାସଳଖ ରାଜଭବନ ଯିବେ ପ୍ରଧାନମନ୍ତ୍ରୀ।
ପ୍ରଧାନମନ୍ତ୍ରୀଙ୍କ ୩ ଦିନିଆ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି ହୋଇଛି । ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ୭୦ ପ୍ଲାଟୁନରୁ ଊର୍ଦ୍ଧ୍ବ ଫୋର୍ସ ମୁତୟନ ହୋଇଛନ୍ତି। ଏହାସହିତ ରାଜ୍ୟ ପୋଲିସ, ସଶସ୍ତ୍ର ବାହିନୀ ଓ କେନ୍ଦ୍ରୀୟ ସଶସ୍ତ୍ର ବଳ ମୁତୟନ ହେବେ।