ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖକୁ ବୃଦ୍ଧି କରାଯାଇଛି

ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ଆବେଦନ ତାରିଖକୁ ବୃଦ୍ଧି କରାଯାଇଛି । ପୂର୍ବରୁ ଏହି ଆବେଦନର ଶେଷ ତାରିଖ ଅଗଷ୍ଟ ୩୦ ତାରିଖ ରହିଥିଲା । ସାମ୍ବାଦିକମାନଙ୍କ ଅନୁରୋଧ ରକ୍ଷା କରି ରାଜ୍ୟ ସରକାର ଏହି ଆବେଦନର ଶେଷ ତାରିଖକୁ ସେପ୍ଟେମ୍ବର ୮ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । କେନ୍ଦ୍ରାପଡ଼ା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ଏହି ସୂଚନା ଦେଇଛନ୍ତି । ପୂର୍ବରୁ ମଧ୍ୟ ଏହି ଆବେଦନ ସମୟସୀମାକୁ ବୃଦ୍ଧି କରାଯାଇଥିଲା । କର୍ମଜୀବୀ ସାମ୍ବାଦିକମାନଙ୍କୁ ରାଜ୍ୟ ସରକାର ସ୍ୱାସ୍ଥ୍ୟବୀମା ଯୋଗାଇ ଦେଉଛନ୍ତି । ଏହା ଦ୍ୱାରା ବହୁ ସାମ୍ବାଦିକଙ୍କ ପରିବାର ଦେୟମୁକ୍ତ ଭାବେ ବିଭିନ୍ନ ଅନୁବନ୍ଧିତ ଡାକ୍ତରଖାନାରେ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ପାଇପାରୁଛନ୍ତି ।

Leave a Reply

Your email address will not be published. Required fields are marked *