ଫର୍ଣ୍ଣିଚର ଦୋକାନରେ ଅଗ୍ନିକାଣ୍ଡ। ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ଖବର ଅନୁଯାୟୀ, ମଙ୍ଗଳବାର ଭୋର୍ ୪ଟା ବେଳେ ଭୁବନେଶ୍ବର ଜଗନ୍ନାଥ ନଗରରେ ଥିବା ଏକ ଫର୍ଣ୍ଣିଚର ଦୋକାନରେ ହଠାତ ନିଆଁ ଲାଗି ଯାଇଥିଲା । ନିଆଁ ଲାଗି ବ୍ୟାପକ କ୍ଷୟକ୍ଷତି ଘଟିଛି । ଖବର ପାଇ ଦମକଳ ବାହିନୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲା । ଦୀର୍ଘ ସମୟ ପରେ ନିଆଁ ନିୟନ୍ତ୍ରଣକୁ ଆସିଥିଲା । ଏଥିରେ ଅନେକ ମୂଲ୍ୟବାନ ସାମଗ୍ରୀ ଜଳି ପୋଡ଼ି ପାଉଁଶ ହୋଇଯାଇଛି। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।
