ଜୀବନ ଯୁଦ୍ଧରେ ହାରିଗଲେ FM ଛାତ୍ରୀ ସୌମ୍ୟାଶ୍ରୀ ବିଶି

ଶେଷରେ ଜୀବନ ଯୁଦ୍ଧରେ ହାରିଗଲେ ବାଲେଶ୍ଵର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶି। ସେ ଚିକିତ୍ସିତ ହେଉଥିବା AIIMS ତରଫରୁ ଏ ସଂପର୍କରେ ବିଧିବଦ୍ଧ ଘୋଷଣା କରାଯାଇଛି। ମେଡିକାଲ ବୁଲେଟିନ୍ ଅନୁଯାୟୀ, ସୌମ୍ୟାଶ୍ରୀଙ୍କୁ ଗତ ୧୨ ତାରିଖ ଅପରାହ୍ଣ ୫ଟା ୧୫ରେ ଜ୍ଯୋତିରେଖା ଭୂୟାଁ ନାମ୍ନୀ ତାଙ୍କର ଜଣେ ବାନ୍ଧବୀ ମେଡିକାଲରେ ଆଣି ଭର୍ତ୍ତି କରିଥିଲେ। ସୌମ୍ୟାଶ୍ରୀଙ୍କୁ ବାଲେଶ୍ଵର ଜିଲ୍ଲା ହସପିଟାଲରୁ ଏମ୍ସକୁ ରେଫର୍ କରାଯାଇଥିଲା।
ସେ ହେଉଛନ୍ତି ଭୋଗରାଇ ପଳାସିଆ ଗାଁର । ସେଠାରେ ଶୋକାକୁଳ ପରିବେଶ । ସୌମ୍ୟାଶ୍ରୀଙ୍କୁ ହରାଇ ପୁରା ପଳାସିଆ ମିୟମାଣ । କାନ୍ଦବୋବାଳିରେ ଫାଟି ପଡୁଛି ପୁରା ପଳାସିଆ ଗାଁ । ପଲାଶିଆ ଗାଁ ମଶାଣିରେ ସୌମ୍ୟାଶ୍ରୀଙ୍କ ଶେଷକୃତ୍ୟ ସମ୍ପନ । ପଞ୍ଚଭୂତରେ ଲୀନ ହୋଇସାରିଛି ତାଙ୍କ ପାର୍ଥିବ ଶରୀର । ଗାଁ ଝିଅକୁ ଅଶ୍ରୁଳ ବିଦାୟ ଦେଲେ ହଜାର ହଜାର ଲୋକ ।

Leave a Reply

Your email address will not be published. Required fields are marked *