ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ପରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ପ୍ରତିକ୍ରିୟା ରଖି କହିଛନ୍ତି ଯେ, କୌଣସି ପରିସ୍ଥିତିରେ ପଶ୍ଚିମବଙ୍ଗ ଦୀଘା ଜଗନ୍ନାଥ ମନ୍ଦିରକୁ ‘ଧାମ’ କୁହାଯାଇପାରିବ ନାହିଁ । କେମିତି ‘ଧାମ’ ନାଁ ହଟିବ, ସେନେଇ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରନ୍ତୁ । ଦେଶ ବିଦେଶରେ ଅନେକ ଜଗନ୍ନାଥ ମନ୍ଦିର ରହିଛି କିନ୍ତୁ କୌଣସି ସ୍ଥାନରେ ଏପରି ନାମକରଣ କରାଯାଇନାହିଁ । ଆମ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖି ଅବଗତ କରି ସାରିଛନ୍ତି । କେମିତି ଦୀଘାରୁ ଜଗନ୍ନାଥ ଧାମ ନାମ ହଟିବ ତାହା ରାଜ୍ୟ ସରକାର କରନ୍ତୁ କାରଣ ଏହି ମନ୍ଦିର ପଶ୍ଚିମବଙ୍ଗ ସରକାର ନିର୍ମାଣ କରିଛନ୍ତି ଏବଂ ପଶ୍ଚିମବଙ୍ଗ ସରକାର ନିଜେ ଟ୍ରଷ୍ଟ ଗଠନ କରିଛନ୍ତି । କୌଣସି ଘରୋଇ ସଂସ୍ଥା ଏହି କାର୍ଯ୍ୟ କରି ନାହାନ୍ତି ବୋଲି ଗଜପତି ମହାରାଜା କହିଛନ୍ତି।