ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି। ଏହା ଉତ୍ତର ପଶ୍ଚିମ ଦିଗକୁ କ୍ରମଶଃ ଗତି କରି ଆସନ୍ତା ବୁଧବାର ୨୩ ତାରିଖ ସୁଦ୍ଧା ଅବପାତ ରୂପ ନେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ପୁର୍ବାନୁମାନ କରିଛି । ଆସନ୍ତା ୨୪ ତାରିଖ ସୁଦ୍ଧା ଏହା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଦେଇ ଗତି କରିବାର ସମ୍ଭାବନା ରହିଛି ।ଆସନ୍ତା ୨୩ରୁ ଓଡ଼ିଶାରେ ବର୍ଷା ଆରମ୍ଭ ହେବ। ୨୪ ଓ ୨୫ ତାରିଖରେ ବର୍ଷା ଅଧିକ ହେବ ବୋଲି ଆଇଏମ୍‌ଡି ଡିଜି କହିଛନ୍ତି। ଏପରିକି ଆଭ୍ୟନ୍ତରୀଣ ଓଡ଼ିଶା ଅପେକ୍ଷା ଉପକୂଳରେ ଅଧିକ ବର୍ଷିବ। କିଛି ସ୍ଥାନରେ ୨୦ରୁ ୩୦ ସେମି ପର୍ଯ୍ୟନ୍ତ ବର୍ଷା ହେବ। ଏପରିକି ଆଉ କିଛି ସ୍ଥାନରେ ୩୦ ସେମିରୁ ଅଧିକ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି 

ଏହାର ପ୍ରଭାବରେ ପବନର ବେଗ ୧୦୦ ରୁ ୧୨୦ କିଲୋମିଟର ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏହାର ପ୍ରଭାବରେ ଆସନ୍ତା ୨୪ ଓ ୨୫ ତାରିଖରେ ଉପକୂଳ ଜିଲା ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଲଘଚାପ ସୃଷ୍ଟି ହେବା ପରେ ବାତ୍ୟା ପ୍ରଭାବ ନେଇ ସ୍ପଷ୍ଟ ଜଣାପଡିବ ବୋଲି ପାଣିପାଗ ବିଭାଗର ମହାନିଦେ୍ର୍ଦଶକ ମୃତୁ୍ୟଞ୍ଜୟ ମହାପାତ୍ର କହିଛନ୍ତି ।

Leave a Reply

Your email address will not be published. Required fields are marked *