ଭାରତୀୟ ଜନତା ପାର୍ଟି (ବିଜେପି) ସାଂସଦ ଓମ୍ ବିର୍ଲା ଅଷ୍ଟାଦଶ ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି।ଇଣ୍ଡିଆ ମେଣ୍ଟ ପ୍ରାର୍ଥୀ କେ ସୁରେଶଙ୍କୁ ପରାଜିତ କରି ଓମ୍ ବିର୍ଲା ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। କେରଳର ମାଭେଲିକାରୁ ୮ ଥର ସାଂସଦ କୋଡିକୁନିଲ ସୁରେଶଙ୍କ ସହ ରାଜସ୍ଥାନର କୋଟାରୁ ତିନି ଥର ସାଂସଦ ଓମ୍ ବିର୍ଲାଙ୍କ ମଧ୍ୟରେ ପ୍ରତିଦ୍ୱନ୍ଦିତା ହୋଇଥିଲା । ଏନଡିଏର ବାଚସ୍ପତି ପ୍ରାର୍ଥୀ ଭାବେ ଓମ୍ ବିର୍ଲାଙ୍କ ନାଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରସ୍ତାବ ଦେଇଥିଲା ବେଳେ ଅପରପେକ୍ଷ ଇଣ୍ଡିଆ ମେଣ୍ଟ ପକ୍ଷରୁ କେ ସୁରେଶଙ୍କ ନାଁ ବାଚସ୍ପତି ପ୍ରାର୍ଥୀ ଭାବେ ପ୍ରସ୍ତାବ ରଖାଯାଇଥିଲା । ନିର୍ବାଚନ ସାରିଲାପରେ ଓମ୍ ବିର୍ଲା ବାଚସ୍ପତି ଭାବେ ନିର୍ବାଚିତ ହେଲେ । ଲୋକସଭାରେ ବିରୋଧୀ ଦଳ ମଧ୍ୟ ଓମ ବିର୍ଲାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
