ଅସହ୍ୟ ତାତି ଓ ଗୁଳୁଗୁଳିରେ ସନ୍ତୁଳି ହେବେ ରାଜ୍ୟବାସୀ । ଆଜି ବି ଜଳିବ ପଶ୍ଚିମ ଓଡ଼ିଶା । ଆଜି ୮ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ଅନୁଗୁଳ, ଦେବଗଡ଼, ବୌଦ୍ଧ ଓ ବଲାଙ୍ଗିର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ଓ ଆସନ୍ତାକାଲି ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେବ ବୋଲି ପାଣିପାଗ ବିଭାଗର ପକ୍ଷରୁ କୁହାଯାଇଛି ।
