ନିର୍ବାଚନ କମିଶନଙ୍କୁ ଫେରାଦ ହେଲା ବିଜେଡି ୨୦୨୪ ସାଧାରଣ ନିର୍ବାଚନରେ ବଡ଼ ଅନିୟମିତତା ଅଭିଯୋଗ ଆଣିଛି ବିଜୁ ଜନତା ଦଳ । ଭୋଟ ଦାନ ସଂଖ୍ୟା ନେଇ ଦୁଇ ପ୍ରକାରର ତଥ୍ୟ ସାମ୍ନାକୁ ଆସିଛି । ଯାହାକୁ ନେଇ ସୋମବାର ବିଜେଡି ସଂସଦୀୟ ଟିମ୍ ନିର୍ବାଚନ କମିଶନରଙ୍କୁ ଭେଟି ଅଭିଯୋଗ କରିଛନ୍ତି । ବିଜେଡି ଅଭିଯୋଗ ଆଣିଛି ଯେ, ପାଖାପାଖି ୫୦ ନିର୍ବାଚନମଣ୍ଡଳିରେ ଭୋଟ ଦାନ ସଂଖ୍ୟାରେ ବିଶାଳ ତାରତମ୍ୟ ଦେଖିବାକୁ ମିଳିଛି । ଦଳ ଅଭିଯୋଗ କରିଛି ଯେ, ଇତିହାସରେ ପ୍ରଥମ ଥର ପାଇଁ ୫୦ଟି ବିଧାନସଭା ନିର୍ବାଚନମଣ୍ଡଳିରେ ଭୋଟ୍ ଗ୍ରହଣ ଦିନର ମତଦାନ ହାର ଓ ଦୁଇ ଦିନ ପରେ ଦିଆଯାଇଥିବା ମତଦାନ ହାର ମଧ୍ୟରେ ତାରତମ୍ୟ ୧୫ରୁ ୩୦ ପ୍ରତିଶତ ରହିଛି, ଯାହାକି ନିର୍ବାଚନରେ ଏକ ବଡ ଧରଣର ଜାଲିଆତି ବୋଲି କୁହାଯାଇଛି।