ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବରଗଡ଼ ଜିଲ୍ଲା ସୋହେଲା ଠାରେ ଇନ୍ପୁଟ ସହାୟତା ରାଶି ବଣ୍ଟନର ଶୁଭାରମ୍ଭ କରିଛନ୍ତି । ଧାନ କ୍ଵିଣ୍ଟାଲ ପିଛା ୨୩ ଶହ ଟଙ୍କା ଏମଏସପି ଉପରେ ଚାଷୀଙ୍କୁ ୮୦୦ ଟଙ୍କାର ଇନପୁଟ ସବସିଡି ମିଳିବ । ଯେଉଁ ଚାଷୀ ମାନେ ଡିସେମ୍ବର ୬ ତାରିଖ ସୁଦ୍ଧା ଧାନ ବିକ୍ରି କରିଛନ୍ତି ,ସେମାନଙ୍କୁ ଏହି ଟଙ୍କା ମିଳିଛି ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି , ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା-୨୦୨୫ ସେ ଦେଖିବେ । ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣା ପରେ ବରଗଡ଼ ଧନୁଯାତ୍ରା କମିଟି ମହଲରେ ଖୁସିର ଲହରି ଦେଖାଯାଇଛି। କାରଣ ହେଲା ଦୀର୍ଘ ୨୩ ବର୍ଷର ବ୍ୟବଧାନ ପରେ ମୁଖ୍ୟମନ୍ତ୍ରୀ ଧନୁଯାତ୍ରାରେ ଯୋଗଦେବେ। ଶେଷଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକ ୨୦୦୨ରେ ବରଗଡ଼ ଧନୁଯାତ୍ରାରେ ଯୋଗ ଦେଇଥିଲେ। ଏହା ପୂର୍ବରୁ ୧୯୯୩ରେ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଓ ୧୯୭୦ରେ ରାଜେନ୍ଦ୍ର ନାରାୟଣ ସିଂହଦେଓ ବରଗଡ଼ ଧନୁଯାତ୍ରାରେ ଯୋଗ ଦେଇଥିଲେ।