ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୫ କୋଭିଡ୍ ପଜିଟିଭ୍

୧୧।୧୦ : ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୦୫୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୭ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୦ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬ଜଣ, ଷ୍ଟେଟ ପୁଲ୍‌ରୁ ୩ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୦୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୯୩ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୫୨୦୫ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୬୬୯୦୬୮ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *