ରାଜ୍ୟରେ ଉପର ତଳ ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୭ କୋଭିଡ୍ ପଜିଟିଭ୍

୧୩।୧୦: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୦ ଜଣ ସଂକ୍ରମିତ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୫୨୩୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୨ଜଣ, ବରଗଡ଼ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୮ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୦ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୨୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୯୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୫୩୮୧ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୬୮୯୧୪୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published. Required fields are marked *