ହାଇଦ୍ରାବାଦରେ ନିବେଶକ ସମ୍ମିଳନୀ : ଯୋଗଦେବେ ମୁଖ୍ୟମନ୍ତ୍ରୀ, ୩୬ କମ୍ପାନୀ ସହ କରିବେ ଆଲୋଚନା

ଆଜି ହାଇଦ୍ରାବାଦରେ ନିବେଶକ ସମ୍ମିଳନୀରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହାଇଦ୍ରାବାଦ ବଞ୍ଜାରା ହିଲସର ହୋଟେଲ ତାଜ କ୍ରିଷ୍ଣାରେ ଏହି ନିବେଶକ ସମ୍ମିଳନୀ ଅଛି ।

ମୁଖ୍ୟମନ୍ତ୍ରୀ ରୋଡ ସୋ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଛି । ଆଜି ସେ ୩୬ଟି କମ୍ପାନୀ ସହ ପ୍ରତ୍ୟକ୍ଷ ଆଲୋଚନା କରିବେ। ମାଇକ୍ରୋସଫ୍ଟ, ପିଡବ୍ଲୁସି, ଡେଲୋଏଟ୍‌, ଭାରତ ବାୟୋଟେକ୍, ଓରାକଲ୍‌, କିମ୍‌ସ, ଏସ୍‌ଏମ୍ଏସ୍‌ ଫାର୍ମା, ତୋଷାଳି ସିମେଣ୍ଟ୍‌ସ, ମାଇ ହୋମ୍, ମେଘା ଇଞ୍ଜିନିୟରିଂ, ରାମ୍‌କି, କଣ୍ଟ୍ରୋଲ୍‌ ଏସ୍‌, ଆପୋଲୋ ହସ୍ପିଟାଲ୍‌ସ ଆଦି ସଂସ୍ଥାର ପ୍ରତିନିଧି ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ହାଇଦ୍ରାବାଦ କାର୍ଯ୍ୟକ୍ରମ ଶେଷ ହେବା ପରେ ସେଠାରୁ ସେ ମୁମ୍ବାଇ ଯିବାର କାର୍ଯ୍ୟକ୍ରମ ରହିଛି ।

Leave a Reply

Your email address will not be published. Required fields are marked *