ବଢିଲା ବାତ୍ୟା ଆଶଙ୍କା, ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

୨୦।୧୦: ବଢିଲା ବାତ୍ୟା ଆଶଙ୍କା । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ସୃଷ୍ଟି ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇଛି। ସୃଷ୍ଟ ଘୂର୍ଣ୍ଣିବଳୟ ୨୨ ତାରିଖ ସୁଦ୍ଧା ଅବପାତରେ ପରିଣତ ହୋଇପାରେ । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି ।

ସେହିପରି ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ବାତ୍ୟା ରୂପ ନେବା ସମ୍ଭାବନା । I.M.D.ର ଜି.ଏଫ୍.ଏସ୍. ମଡେଲ୍ ଅନୁସାରେ ବାତ୍ୟା ୨୮ ତାରିଖରେ ଓଡ଼ିଶା ଉପକୂଳରେ ଲ୍ୟାଣ୍ଡଫଲ୍ କରିବା ସମ୍ଭାବନା ଅଧିକ । ତେବେ ୨୨ ତାରିଖରେ ଲଘୁଚାପ ଅବପାତର ରୂପ ନେବା ପରେ ସମ୍ଭାବ୍ୟ ବାତ୍ୟା ନେଇ ଚିତ୍ର ସ୍ପଷ୍ଟ ହେବ । ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁସାରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବଡ଼ ବର୍ଷାର ସମ୍ଭାବନା ନାହିଁ । ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ୨୩ରୁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ୪୫ରୁ ୫୫ ସର୍ବାଧିକ ୬୫କିଲୋମିଟର ରହିପାରେ ପବନର ବେଗ । ତେଣୁ ୨୨ ତାରିଖ ଠାରୁ ସମୁଦ୍ର ଭିତରକୁ ନଯିବା ଲାଗି ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି । ସେପଟେ ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ସଜାଗ ହୋଇଛନ୍ତି ସରକାର । ୭ ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ସବୁ ପ୍ରକାର ପ୍ରସ୍ତୁତି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସ.ଆର୍.ସି ।

Leave a Reply

Your email address will not be published. Required fields are marked *