ସମ୍ଭାବ୍ୟ ବାତ୍ୟା ପାଇଁ ୭ ଜିଲ୍ଲାକୁ ସତର୍କ କଲେ ସ୍ୱତନ୍ତ୍ର ରିଲିଫ କମିଶନର

 ୭ ଜିଲ୍ଲାପାଳଙ୍କୁ ସତର୍କ ସୂଚନା ଦେଲେ ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର। ସମ୍ଭାବ୍ୟ ବାତ୍ୟା ପାଇଁ ୭ ଉପକୂଳବର୍ତ୍ତି ଜିଲ୍ଲା ଯଥା ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଜାରି କରାଯାଇଛି।

ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶନାମା

ସମସ୍ତ ପରିସ୍ଥିତିର ମୁକାବିଲା କରିବା ପାଇଁ ସଜାଗ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଅତିରିକ୍ତ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା।

Leave a Reply

Your email address will not be published. Required fields are marked *