୪ ତାରିଖରେ ଆଉ ଏକ ଲଘୁଚାପ

୪ ତାରିଖରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି । ପାଣିପାଗ କେନ୍ଦ୍ର ଆକଳନ କରିଛି ଅବପାତଟି ଛତିଶଗଡ଼ ମୁହାଁ ହେବାର । ଲଘୁଚାପ ପ୍ରଭାବରେ ୪ ତାରିଖରୁ ପୁଣି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କୋରାପୁଟ ଓ ମାଲକାନାଗିରିର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ନେଇ ଜାରି ହୋଇଛି ୟେଲୋ ୱାର୍ଣ୍ଣି ଜାରି ହୋଇଛି। ସେହିପରି ୫ ତାରିଖଠାରୁ ଦେବଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, କଟକ ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ କାଳବୈଶାଖୀ ସହ ପ୍ରବଳ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

Leave a Reply

Your email address will not be published. Required fields are marked *