ବାଲେଶ୍ବର ଜିଲ୍ଲାରେ ବନ୍ୟା କ୍ଷୟକ୍ଷତି ପାଇଁ ସମୀକ୍ଷା ପରେ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ l ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ଘର ମରାମତି ପାଇଁ ମିଳିବ ୧ ଲକ୍ଷ ୨୦ ହଜାର ଟଙ୍କା । ପକ୍କା ଘର ଆଂଶିକ ଭାଙ୍ଗିଥିଲେ ମିଳିବ ୬ ହଜାର ୫୦୦ ଟଙ୍କା । କଚ୍ଚା ଘର ଆଂଶିକ ଭାଙ୍ଗିଥିଲେ ମିଳିବ ୪ ହଜାର ଟଙ୍କା । ଭାଙ୍ଗି ଯାଇଥିବା କୁଡ଼ିଆ ଘର ୮ ହଜାର, ଗୁହାଳ ପାଇଁ ମିଳିବ ୩ ହଜାର ।