ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଫଳରେ ଆଜିଠୁ ଦୁଇ ଦିନ ଧରି ରାଜ୍ୟରେ ବର୍ଷା ହେବ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି। ପାଣିପାଗ କେନ୍ଦ୍ର ଅନୁସାରେ, ଲଘୁଚାପ ପ୍ରଭାବରେ ଦକ୍ଷିଣ ଉପକୂଳ ଓଡ଼ିଶାରେ ବର୍ଷା ହେବ। ଆଜି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ନୟାଗଡ଼, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ଢେଙ୍କାନାଳ, କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ କିଛି କିଛି ସ୍ଥାନରେ ହାଲ୍କାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।