ଆଜି ପବିତ୍ର ହେରାପଞ୍ଚମୀ

ଆଜି ପବିତ୍ର ହେରାପଞ୍ଚମୀ।ଲକ୍ଷ୍ମୀ ସାଆନ୍ତାଣୀଙ୍କୁ ସାଙ୍ଗରେ ଆଣିନଥିବାରୁ ରଥ କାଠ ଭାଙ୍ଗିବେ ଅଭିମାନିନୀ ମା ଲଷ୍ମୀ । ଭାଇ ଭଉଣୀଙ୍କୁ ରଥରେ ନେଇ ଜନ୍ମବେଦୀକୁ ଆସିଛନ୍ତି କାଳିଆ ସାଆନ୍ତ। ହଟିଆ ଠାକୁର ନିଜ ପତ୍ନୀ ମହାଲକ୍ଷ୍ମୀଙ୍କୁ ସାଥିରେ ଆଣି ନାହାଁନ୍ତି । ଏଣେ ସ୍ବାମୀଙ୍କ ଅନୁପସ୍ଥିତିରେ ବିରହ ବିଧୁରା ଲକ୍ଷ୍ମୀ ଠାକୁରାଣୀ ମନର ବ୍ୟଥା ଭଉଣୀ ସ୍ବରୂପା ମା ବିମଳା ଦେବୀଙ୍କ ନିକଟରେ ବଖାଣିଛନ୍ତି । ପ୍ରତିକାର ବି ଲୋଡ଼ିଛନ୍ତି । ପରାମର୍ଶ ପାଇବା ପରେ ରଥ ନିକଟକୁ ଆସି ଲକ୍ଷ୍ମୀ ଠାକୁରାଣୀ ଗୋଡ଼ ଟେକି ବସିଲେଣି । ହେରା ପଞ୍ଚମୀରେ ମା ଖାଲି ମହାପ୍ରଭୁଙ୍କୁ ଏକାନ୍ତରେ ଦର୍ଶନ କରିବେ ନାହିଁ, ବରଂ ଆସିଲା ବେଳେ ଅଭିମାନରେ ନନ୍ଦିଘୋଷ ରଥରୁ କାଠ ଖଣ୍ଡେ ଭାଙ୍ଗି ଦେଇ ଫେରିବେ । ପତି-ପତ୍ନୀଙ୍କ ମଧ୍ୟରେ ଅଭିମାନ ଓ ରୋଷର ଏହି ମାନବୀୟ ଲୀଳା ଦର୍ଶନ କରିବାକୁ ଭକ୍ତମାନେ ବି ଚାହିଁ ବସିଛନ୍ତି।

Leave a Reply

Your email address will not be published. Required fields are marked *